ବରିଷ୍ଠ ଆଇନଜୀବୀ ଭୀମସେନ ଭୂୟାଁ ଜିଲା ବିଜେଡିର ନିର୍ବାଚନ ଅଧିକାରୀ ନିଯୁକ୍ତ

କେନ୍ଦ୍ରାପଡ଼ା,୨୧/୦୨/୨୦୨୫(ଓଡ଼ିଶା ସମାଚାର)- ବରିଷ୍ଠ ଆଇନଜୀବୀ ଭୀମସେନ ଭୂୟାଁଙ୍କୁ ବିଜୁ ଜନତା ଦଳର ଜିଲା ନିର୍ବାଚନ ଅଧିକାରୀ ଭାବେ ରାଜ୍ୟ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ କେଶରୀ ଦେବ ନିଯୁକ୍ତି ପ୍ରଦାନ କରିଛନ୍ତି । ତାଙ୍କ ଉପରେ ଦଳ ଆସ୍ଥା ପ୍ରକଟ କରିଥିବାରୁ ଶ୍ରୀ ଭୂୟାଁ ଦଳର ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ତଥା ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କୁ କୃତଜ୍ଞତା ଅର୍ପଣ କରିଛନ୍ତି ।

ଏଥିସହିତ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚି ନାୟକ, କିଶୋର ଚନ୍ଦ୍ର ତରାଇ, ଶଶୀଭୂଷଣ ବେହେରା, ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ପ୍ରମୁଖଙ୍କ ସମେତ ଜିଲାର ସମସ୍ତ ଦଳୀୟ ନେତୃବୃନ୍ଦଙ୍କ ସହଯୋଗ କାମନା କରିଛନ୍ତି ।

Leave a Reply

Your email address will not be published. Required fields are marked *