ଫେବୃଆରୀ ୨୪ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ  ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୨୧/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଗାମୀଫେବୃଆରୀ ୨୪ତାରିଖରେ ମୁଖ୍ୟମନ୍ତ୍ରୀଙ୍କଜନ ଅଭିଯୋଗ ଶୁଣାଣିକାର୍ଯ୍ୟକ୍ରମ ବନ୍ଦ ରହିବ ।

ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗଶୁଣାଣିରତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

-0-

ପଠାଣି ରାଉତ,ଲୋକ ସଂପର୍କ  ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *