ଭୁବନେଶ୍ୱର,୨୧/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଜଳ ସମ୍ପଦ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନଅଗ୍ରାଧିକାର କ୍ଷେତ୍ରକାର୍ଯ୍ୟକ୍ରମ ଗୁଡ଼ିକର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ଏକ ସମୀକ୍ଷା ବୈଠକ ଆଜି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଅନୁଷ୍ଠିତଏହି ପ୍ରାଥମିକତା କ୍ଷେତ୍ର ବୈଠକରେ ସଂପୃକ୍ତ ସମସ୍ତ ଅଧିକାରୀ ତଥା ଯନ୍ତ୍ରୀମାନଙ୍କୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରିବା ସହ ବ୍ୟୟ ଲକ୍ଷ୍ୟ ହାସଲ କରିବା ଏବଂ ଆଗାମୀ ଆର୍ଥିକ ବର୍ଷପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।
-0-
ପଠାଣି ରାଉତ,ଲୋକ ସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
