ଜିଲା ପ୍ରଶାସନ ପକ୍ଷରୁ ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର, ୨୬/୧୨/୨୦୨୩ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲାର ସମସ୍ତ ଅଧିକାରୀମାନେ ସହୃଦୟତାର ସହ ଅଭିଯୋଗ ଗୁଡିକର ସମାଧାନ ଦିଗରେ ଜନ ଶୁଣାଣି ଶିବିର ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟପ୍ରକାଶ କରିଛନ୍ତି । ଏହି ମିଳିତ ଅଭିଯୋଗ ଶୁଣାଣି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲାପାଳ(ପ୍ରଶାସନ) ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ବି.ଡି.ଓ., ବିଂଝାରପୁର ଶ୍ରୀ ଦିବ୍ୟେନ୍ଦୁ ଦାସ, ତହସିଲଦାର, ବିଂଝାରପୁର ଶ୍ରୀ କୈଳାସ ଚନ୍ଦ୍ର ମଲ୍ଳ୍ିକ, ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ପାଣିକୋଇଲି ଇଂ ପୂର୍ଣ୍ଣ ଚନ୍ଦ୍ର ଦଳାଇ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଇଂ.କ୍ଷେତ୍ର ମୋହନ ସାହୁ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ମୁଖ୍ୟ ଜିଲା କୃଷି ଅଧିକାରୀ ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଜିଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ଅବକାରୀ ଅଧିକ୍ଷକ, ଯାଜପୁର ଶ୍ରୀ ଅମରେନ୍ଦ୍ର କୁମାର ଜେନା, ଜିଲା ଶିକ୍ଷା ଅଧକାରୀ ଶ୍ରୀମତୀ ନିବେଦିତା ପାଣି, ଜିଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୋନାଲି ବେହେରା, ସହକାରୀ ନିବନ୍ଧକ, ସମବାୟ ସମିତି ଶ୍ରୀ ଶରତ ଚନ୍ଦ୍ର ମଲ୍ଳ୍ିକ, ଜିଲା ସମାଜ ମଙ୍ଗଳ ଅଧିକାରୀ, ଯାଜପୁର ଶ୍ରୀମତୀ ମଂଜୁଲତା ନାୟକ, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲା ବେସାମରିକ ଯୋଗାଣ ଅଧିକାରୀ ସେକ୍ ସଲାଉଦ୍ଧିନ ଖାଁ ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୭୨ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୬ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୫ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୩୪ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୪୯ ଗୋଟି ଅଭିଯୋଗର ଜିଲାପାଳ ଶ୍ରୀ ରାଠୋର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୫ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜିଲାର ବରିଷ୍ଠ ପଦାଧିକାରୀବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ, ସଂପୃକ୍ତ ବ୍ଳକର ବ୍ଳକ ସ୍ତରୀୟ ଅଧିକାରୀମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତିି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ମଧ୍ୟ ସହଯୋଗ ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *