ଭୁବନ,୨୬/୦୨/୨୦୨୫ (ଓଡ଼ିଶା ସମାଚାର)- ଭୁବନ ବ୍ଲକ ଅନ୍ତର୍ଗତ ବାରୁଆଁ ( ବି) ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀମତୀ ସରସ୍ଵତୀ ପରିଡ଼ା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କାମାକ୍ଷା ନଗର ବିଧାୟକ ଶ୍ରୀଯୁକ୍ତ ଶତ୍ରୁଘ୍ନ ଜେନା ମୁଖ୍ୟ ଅତିଥି, ଏ ବିଇଓ ଶ୍ରୀମତୀ ସୁମତି ପ୍ରଧାନ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ ।
ସମ୍ମାନିତ ଅତିଥି ଭାବେ ବାରୁଆଁ ( ବି) ସରପଞ୍ଚ ଶ୍ରୀମତୀ ବୀଣାପାଣି ସାହୁ ,ମା ମଙ୍ଗଳା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବସିର ଖାଁ ,ଅବସରପ୍ରାପ୍ତ ଶିକ୍ଷକ ଦୁଃଶାସନ ପରିଡ଼ା,ଅଶେଷ କୁମାର ସାହୁ,ମାଧବ ଚନ୍ଦ୍ର ବେହେରା ଯୋଗଦେଇଥିଲେ । ଏହି ଅବସରରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ପ୍ରଧାନ ଶିକ୍ଷକ ଉତ୍କଳମଣି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ଶେଷରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
