ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୩ତମ ସଂସ୍କୃତି ଚର୍ଚ୍ଚା ସମାରୋହ ଅନୁଷ୍ଠିତ

ଭୁବନେଶ୍ୱର,୨୭/୦୨/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୩ତମ ସଂସ୍କୃତି ଚର୍ଚ୍ଚା ସମାରୋହ ଆୟୋଜିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ ମୁଖ୍ୟ ଅତିଥି ଏବଂ ବିଶିଷ୍ଟ ଶିକ୍ଷାବିତ ଏବଂ ଗବେଷକ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।

ଆଜିର କାର୍ଯ୍ୟକ୍ରମରେ “ଭାରତୀୟ ସାହିତ୍ୟ ଓ ସଂସ୍କୃତିକୁ ଓଡ଼ିଶାର ଅବଦାନ” ଶୀର୍ଷକକୁ ନେଇ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିଥିମାନେ ଓଡ଼ିଶାର ସମୃଦ୍ଧ କଳା, କାଳଜୟୀ ସାହିତ୍ୟ, ସଂସ୍କୃତି ଓ ଗୌରବମୟ ପରମ୍ପରା ସମ୍ବନ୍ଧରେ ଆଲୋଚନା କରିବା ସହିତ ଓଡ଼ିଆ ଅସ୍ମିତାର ବିନ୍ଧାଣୀ ଯୁଗସ୍ରଷ୍ଟା ସାରସ୍ୱତ ସାହିତ୍ୟ ସାଧକମାନଙ୍କର ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।

ଓଡ଼ିଶା ରାଜ୍ୟ ଅଭିଲେଖାଗାରର ଅଧୀକ୍ଷକ ଡ଼. ଶେଖ ସୋଲେମାନ ଅଲ୍ଲୀ ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସଂସ୍କୃତି ବିଭାଗର ଅନୁ ଶାସନ ସଚିବ ଶ୍ରୀମତୀ ବନାନୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

-0-

ଅମ୍ଳାନ ଦାସ, ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *