ଭୁବନେଶ୍ବର, ୨୭/୧୨/୨୦୨୩ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ରେ କୋଭିଡ କଟକଣା ମାନିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ବାହାର ରାଜ୍ୟର ପର୍ୟ୍ୟଟକଙ୍କ ଉପରେ ପ୍ରଶାସନ ପକ୍ଷରୁ ତୀକ୍ଷଣ ନଜର ରଖାଯାଇଥିବା ସେ କହିଛନ୍ତି।