Breaking News : ରାଜଧାନୀରେ ଦୁର୍ଦ୍ଦାନ୍ତ ଆନ୍ତରାଜ୍ୟ ଏଟିଏମ୍ ଲୁଟେରା ଦୀପକ କୁମାରକୁ ଏନକାଉଣ୍ଟର ।

ଭୁବନେଶ୍ୱର,୦୯/୦୩/୨୦୨୫(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ରାଜଧାନୀ ଭୁବନେଶ୍ବରର ବଡଗଡରେ ବିଳମ୍ବିତ ରାତିରେ କମିଶନରେଟ୍ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଦୁର୍ଦ୍ଦାନ୍ତ ଆନ୍ତରାଜ୍ୟ ଏଟିଏମ୍ ଲୁଟେରା ଦୀପକ କୁମାରକୁ ଏନକାଉଣ୍ଟର କରିଛି । ଆହତ ଅବସ୍ଥାରେ ଦୀପକକୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିହାର ଅଞ୍ଚଳର ଦୀପକ କୁମାର ଓଡିଶା ଆସି ବିଭିନ୍ନ ଏଟିଏମ ଲୁଟ କରୁଥିଲା । ଗତକାଲି ବିଳମ୍ବିତ ରାତିରେ ବରଗଡ଼ ଥାନା ଅଞ୍ଚଳରେ ଏଟିଏମ୍ ଲୁଟ୍ ଉଦ୍ୟମ କରୁଥିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଥିଲା ।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଦୀପକ ବଡ଼ଗଡ଼ ଥାନା ଅଞ୍ଚଳରେ ଏଟିଏମ ଲୁଟ ଉଦ୍ୟମ ବେଳେ ପୋଲିସକୁ ଦେଖି ଗୁଳି ଚଳାଇଥିଲା । ପାଲଟା ଜବାବରେ ପୋଲିସ ଦୀପକଙ୍କୁ ଏନକାଉଣ୍ଟର କରିଛି । ପୋଲିସ ର ଗୁଳି  ଦୀପକଙ୍କ ଗୋଡ଼ରେ ବାଜିଥିଲା । ଏହାପରେ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ ଦୀପକଙ୍କୁ କାବୁ କରିଥିଲା । ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଦୀପକ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ନେଇ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *