ଭୁବନେଶ୍ୱର,୦୯/୦୩/୨୦୨୫(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ଦେହାନ୍ତ ହୋଇଛି । ଆଜି ବଢ଼ି ଭୋର ସମୟରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। 
ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ଶିଳ୍ପମନ୍ତ୍ରୀ,ଉଚ୍ଚ ଶିକ୍ଷା ମନ୍ତ୍ରୀ, ସରକାରୀ ଦଳର ମୁଖ୍ୟ ସଚେତକ, ବାଲେଶ୍ଵର ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ପରି ବହୁ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ମଧ୍ୟ ସଫଳତାର ସହ ଦାୟିତ୍ବ ତୁଲାଇଛନ୍ତି।
