ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୦୯/୦୩/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଲୋକ ପ୍ରିୟ ଜନ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଯୋଗୁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

https://x.com/MohanMOdisha/status/1898585546168906143

Leave a Reply

Your email address will not be published. Required fields are marked *