ଭୁବନେଶ୍ୱର,୦୯/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସ୍ବର୍ଗତ ଅନନ୍ତ ଦାଶଙ୍କ ବିୟୋଗରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସ୍ବର୍ଗତ ଅନନ୍ତ ଦାସଙ୍କ ବିୟୋଗ ଖବର ପାଇ ମୂଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ ।
ଭୋଗରାଇ ତଥା ବାଲେଶ୍ୱର ଅଂଚଳର ସାମୁହିକ ଉନ୍ନତିରେ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ । ସେ ଜଣେ ଲୋକପ୍ରିୟ ରାଜନେତା ଥିଲେ । ଉଚ୍ଚଶିକ୍ଷା ଓ ଶିଳ୍ପ ବିଭାଗର ମନ୍ତ୍ରୀ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରି ଯାଇଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଶୋକ ବାର୍ତାରେ ଜଣାଇଛନ୍ତି ।
-0-
ବିଭୁତି ନାୟକ, ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ