କଟକ ସଦର,୧୦/୦୩/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ କିଶନନଗର ତହସିଲ ଠାରେ ଆଜି (ସୋମବାର ଦିନ) ପୂର୍ଵ ନିର୍ଦ୍ଧାରିତ କାର୍ୟ୍ୟ ସୂଚୀ ଅନୁଯାୟୀ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେଵ୍ ସିନ୍ଧେ ଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ୭୬ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଗୁଡିକର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କଟକ ଗ୍ରାମାଞ୍ଚଳ ଜିଲ୍ଲା ପୋଲିସ ଅଧିକ୍ଷକ ପ୍ରତୀକ ସିଂ, ଅତିରିକ୍ତ ଜିଲ୍ଲାପାଳ ଶିଵ ଟପୋ, ଉପଜିଲ୍ଲାପାଳ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ପ୍ରଶାନ୍ତ କୁମାର ନାୟକ, କଟକ ସଦର ଵିଡିଓ ଇଂ ପ୍ରତୀକ କୁମାର ସାହୁ, କଟକ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ପ୍ରଶାନ୍ତ କୁମାର ହୋତା, ସାଲେପୁର ଉପଖଣ୍ଡ ପୋଲିସ ଅଧିକାରୀ ବିରଞ୍ଚିନାରାୟଣ ପତି, କିଶନନଗର ଥାନା ଅଧିକାରିଣୀ ଦୂର୍ଗେଶ ନନ୍ଦିନୀ ମହାନ୍ତି ଙ୍କ ସମେତ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ଯୋଗଦାନ କରିଥିଲେ।
ଶିଵିର ପରିଚାଳନାରେ ଅତିରିକ୍ତ ତହସିଲଦାର ସମୀକ୍ଷା ପାଣି ଙ୍କ ସମେତ ସମସ୍ତ କର୍ମଚାରୀ ସହାୟତା କରିଥିଲେ।