ରାଜ୍ୟରେ ଆଉ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ କୁ ବୃଦ୍ଧି

ଭୁବନେଶ୍ବର, ୨୮ /୧୨/୨୦୨୩ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଆଉ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ତେବେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ପେସେଣ୍ଟ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି। ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି। ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨% ରୁ ଉର୍ଦ୍ଧ୍ବ ହୋମ ଆଇସୋଲେସନରେ ଅଛନ୍ତି, ଆଉ ଯେଉଁମାନେ ମେଡିକାଲରେ ଆଡମିଟ ହେଉଛନ୍ତି ଓ ମେଜରିଟି ଡେଥ ମଧ୍ୟ କୋମଅର୍ବିଟ କଣ୍ଡିସନ ପାଇଁ ହୋଇଛି। କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ। ବଢ଼ିବ ନ ବଢ଼ିବ ଏବେ କହିହେବନି। ସ୍ଥିତି ଉପରେ ନଜର ରଖାଯାଇଛି। ଯଦି ବଢ଼େ, ତେବେ ଭୟାବହତା ଆଶଙ୍କା କମ୍।

Leave a Reply

Your email address will not be published. Required fields are marked *