ଚମ୍ପୁଆରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି ଘଟଣାରେ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୦୩/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ସମସ୍ତ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଦୋଳିତା ଛକ ନିକଟରେ ଆଜି ଭୋର୍ ୫ଟା ବେଳେ ଏକ ଆଇରନ ବୋଝେଇ ଟ୍ରକ ଧକ୍କାରେ ତିନିଜଣଙ୍କର ମୃତ୍ୟୁ ହୋଇଥିଲା ।

Leave a Reply

Your email address will not be published. Required fields are marked *