ଭୁବନେଶ୍ୱର,୧୭/୦୩/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଛି । ଦିଲ୍ଲୀ ଏମ୍ସରେ ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟ ଜନିତ ରୋଗରେ ସେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିଲେ। ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନ ହେଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା । ବାଜପେୟୀଙ୍କ ସରକାରରେ ସେ ପରିବହନ ମନ୍ତ୍ରୀ ଥିଲେ। ୧୯୮୮ ମସିହାରୁ ୧୯୯୩ ମସିହା ପର୍ୟ୍ୟନ୍ତ ରାଜ୍ୟ ବିଜେପି ସଭାପତି ଥିଲେ। ୧୯୯୩ ମସିହାରୁ ୧୯୯୫ ମସିହା ପର୍ୟ୍ୟନ୍ତ ସେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ଥିଲେ। ପୁର୍ନବାର ୧୯୯୫ ମସିହାରୁ ୧୯୯୭ ମସିହା ଯାଏଁ ବିଜେପି ସଭାପତି ହୋଇଥିଲେ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ଙ୍କ ପରଲୋକ
