ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ  ମନ୍ତ୍ରୀ  ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଶୋକ

ଭୁବନେଶ୍ୱର,୧୭/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ନିଜ ଶୋକ ବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତିଯେ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ସ୍ବର୍ଗତ ପ୍ରଧାନଙ୍କ ସେବାକୁ ଦେଶବାସୀ କେବେବି ଭୁଲି ପାରିବେ ନାହିଁ  । ବିଶିଷ୍ଟ ଜନନେତା ଏବଂ ସାମାଜିକ କର୍ମୀ ଭାବେ ସେ ସାରା ଓଡିଶା ପାଇଁ ଅନେକ କାର୍ଯ୍ୟ କରିଯାଇଛନ୍ତି । ଦୃଢ଼ ନେତୃତ୍ୱ, ସମାଜସେବା  ଏବଂ ଲୋକକଲ୍ୟାଣରେ ସେ ହେଉଛନ୍ତି ଜ୍ୱଳନ୍ତ ଉଦାହରଣ । ଆମ ଦଳର ମାର୍ଗଦର୍ଶକ ତଥା କେନ୍ଦ୍ରମନ୍ତ୍ରୀ ଭାବେ ତାଙ୍କ ଅବଦାନକୁ ରାଜ୍ୟବାସୀ କେବେବି ଭୁଲି ପାରିବେ ନାହିଁ । ତାଙ୍କ ବିୟୋଗ ସମଗ୍ର ରାଜନୀତି ଜଗତ ତଥା ରାଜ୍ୟପାଇଁ ଏକ ବଡ଼ କ୍ଷତି ବୋଲି ସେ ଅବିହିତ କରିଛନ୍ତି  ।

ଏଥିସହିତ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି  ଗଭୀର ସମବେଦନା ଜ୍ଞାପନ କରିଛନ୍ତି  ।

-0-

ସୁଜିତ ରଞ୍ଜନ ସ୍ୱାଇଁ ,ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

()

Leave a Reply

Your email address will not be published. Required fields are marked *