ଭୁବନେଶ୍ୱର,୧୭/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଶୋକ ବାର୍ତାରେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ କହିଛନ୍ତିଯେ, ସେ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପାର୍ଲିଆମେଣ୍ଟାରିଆନ ଥିଲେ । ଜଣେ ଜନପ୍ରତିନିଧି ଓ ସାଂସଦ ଭାବେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷିମନ୍ତ୍ରୀ ଭାବେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି । ରାଜ୍ୟର ଉନ୍ନତି ତଥା ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ ଭୂମିକା ରହିଛି ।
ରାଜ୍ୟ ବିଜେପିର ସଭାପତି ଭାବେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟକୁ ଆଗେଇନେବାରେ ତାଙ୍କ ଅବଦାନ ଅତୁଳନୀୟ ।
ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।
-0-
ବିଭୁତି ନାୟକ ,ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ