ବରୀ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର, ୧୭/୦୩/୨୦୨୫ (ଓଡ଼ିଶା ସମାଚାର)-  ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ  ପି. ଅନ୍ଵେଷା ରେଡ୍ଡୀ  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ଆଜି ମୋଟ ୧୩୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୧୦  ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୪୫ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ  ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ,  ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା  ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଖୁଣ୍ଟିଆ , ଗୋଷ୍ଠୀ ଉନ୍ନୟନ ଅଧିକାରୀ , ବରୀ, ଶ୍ରୀ ଅସିତ୍ କୁମାର ମହାନ୍ତି, ଭାରପ୍ରାପ୍ତ ତହସିଲଦାର, ବରୀ ଶ୍ରୀ କଲ୍ଲୋଳ ମିଶ୍ର ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ଶେଷରେ ଭିନ୍ନକ୍ଷମ ମାନଙ୍କୁ ୨ ଟି ଟ୍ରାଇ ସାଇକଲ ବଣ୍ଟନ କରାଯାଇଥିଲା। ଯେଉଁଥିରେ କି ହଳଦିବସନ୍ତ, ସାହୁପଦା, ବରୀ ର ଦିଲ୍ଲୀପ କୁମାର ସାମଲ, ପି: କୈଳାଶ ଚନ୍ଦ୍ର ସାମଲ, ବାଲିବିଲି ବରୀ ର  ମାନଗୋବିନ୍ଦ ପତି ପି: କୈଳାଶ ପତି ଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *