ଭୁବନେଶ୍ବର,୨୯/୧୨/୨୦୨୩ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ପୁଣି ଆଉ ୫ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୮ଜଣ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି ।
ବର୍ତ୍ତମାନ ରାଜ୍ୟରେ ୧୩ଜଣ ସକ୍ରିୟ କୋଭିଡ ଆକ୍ରାନ୍ତ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି। ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି।