ଭୁବନେଶ୍ବର,୨୯/୧୨/୨୦୨୩ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।
ସୂଚନାଯୋଗ୍ୟ ଯେ, ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ନଭେମ୍ବର ରେ କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବାରୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଏଣିକି ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ହେଲା ।