ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯/୧୨/୨୦୨୩ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ୍ ର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।