ଭୁବନେଶ୍ୱର,୨୧/୦୩/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କର ୬୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ଡାଇବେଟିସ୍ ଓ କିର୍ଡିନି ରୋଗ ରେ ଆକ୍ରାନ୍ତ ଥିଲେ ।
ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।