ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ ,୨୯୬ ଜଣଙ୍କୁ କାର୍ଯ୍ୟାଦେଶ ପ୍ରଦାନ

ଭୁବନ, ୩୦/୦୩/୨୦୨୫ (ଓଡ଼ିଶା ସମାଚାର)- ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଗରିବ,ଅନଗ୍ରସର,ବିଧବା, ଭିନ୍ନକ୍ଷମ,ସହିଦ ପରିବାର,ଘରପୋଡି,ହାତୀ ଉପଦ୍ରବ,ବନ୍ୟା ବାତ୍ୟାରେ କ୍ଷତିଗ୍ରସ୍ତ ଓ ବିଭିନ୍ନ କ୍ଷେତ୍ରରେ ପଛୁଆ ବର୍ଗର ଲୋକଙ୍କୁ ପକ୍କା ଘର ଯୋଗାଇ ଦେବା ଲକ୍ଷ୍ୟ ରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ।

ଭୁବନ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କାମାକ୍ଷା ନଗର ବିଧାୟକ ଶ୍ରୀଯୁକ୍ତ ଶତ୍ରୁଘ୍ନ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ।

ପ୍ରତ୍ୟେକ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ ଓ ତା ସହିତ ଶୌଚାଳୟ,ରନ୍ଧନ ଗ୍ୟାସ,ସ୍ୱଚ୍ଛ ପାନୀୟ ଜଳ ଓ ବିଦ୍ୟୁତ୍ ସଂଯୋଗ କରାଯିବ ବୋଲି ବିଧାୟକ ଶ୍ରୀଯୁକ୍ତ ଜେନା ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର ସୂର୍ଯ୍ୟ ଶଙ୍କର ଦାଶ,ବ୍ଲକ ଉପାଧ୍ୟକ୍ଷା ଙ୍କ ସମେତ ଜିଲ୍ଲା ପରିଷଦ ସଭ୍ୟ ଓ ସମସ୍ତ ସରପଞ୍ଚ,ସମିତି ସଭ୍ୟ ଯୋଗଦେଇଥିଲେ । ଶେଷରେ ବିଡ଼ିଓ ଆୟୁସୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *