ରାଜ୍ୟସ୍ତରୀୟ ଓଡ଼ିଶା ଦିବସ-୨୦୨୫ ପାଳନ ପରିପ୍ରେକ୍ଷୀରେ  ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା

ଭୁବନେଶ୍ୱର,୩୧/୦୩/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟସ୍ତରୀୟ ଓଡ଼ିଶା ଦିବସ-୨୦୨୫ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ବିଭାଗର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରତିଯୋଗିତାରେ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ ଜିଲ୍ଲାର ଛାତ୍ରଛାତ୍ରୀମାନେ ଭାଗନେଇଥିଲେ ।

ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କଟକର ସେକେଣ୍ଡାରୀ ବୋର୍ଡ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଶୁଭଶ୍ରୀ ଶତପଥୀ ପ୍ରଥମ ସ୍ଥାନ ହାସଲ କରିଥିବାବେଳେ କେନ୍ଦ୍ରାପଡ଼ା ଜିଲ୍ଲା ସେଣ୍ଟ ଜାଭିୟର୍‌ ହାଇସ୍କୁଲର ନବମ ଶ୍ରେଣୀର ଛାତ୍ର ତେଜ ତନ୍ମୟ ଦ୍ୱିତୀୟ ଏବଂ ଖୋର୍ଦ୍ଧା ଜିଲ୍ଲାର ବିଜେବି ହାଇସ୍କୁଲର ନବମ ଶ୍ରେଣୀର ଛାତ୍ର ସଂଗ୍ରାମ ପୁହାଣ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଅପ୍ରେଲ ୧ ତାରିଖରେ ଦିନ ଜୟଦେବ ଭବନରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହରେ ଏହି ରାଜ୍ୟସ୍ତରୀୟ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯିବ ।

ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅବସରପ୍ରାପ୍ତ ପ୍ରାଧ୍ୟାପିକା ଡ. ବାସନ୍ତୀ ମହାନ୍ତି, ସାହିତି୍ୟକ ତଥା ନାବାର୍ଡର ପୂର୍ବତନ ବରିଷ୍ଠ ଅଧିକାରୀ ଶ୍ରୀ ଶଙ୍କର ନାରାୟଣ ମଲ୍ଲିକ ଓ ସାହିତି୍ୟକ ଶ୍ରୀ କୃଷ୍ଣ ନାଏକ ବିଚାରକ ଭାବେ ଯୋଗଦେଇଥିଲେ । ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ ବେହେରା, ସୂଚନା ଅଧିକାରୀ ଶ୍ରୀ ଜିତେନ୍ଦ୍ରୀୟ ଜେନା, ପ୍ରମୋଦିନୀ ଟେଟେ ପ୍ରମୁଖ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *