କେନ୍ଦ୍ରାପଡା ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

କେନ୍ଦ୍ରାପଡ଼ା,୦୧/୦୪/୨୦୨୫(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ସଞ୍ଜୀବ କୁମାର ମହାନ୍ତି ମହାବିଦ୍ୟାଳୟ ପରିସରରେ ଥିବା ମହାତ୍ମାଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସ, ସ୍ୱାମୀ ବିବେକାନନ୍ଦ, ଉତ୍କଳ ଗୌରବ ମଧୁସୁଦନ ଦାସ ଓ ଦୀନବନ୍ଧୁ ସାହୁଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷ ପ୍ରଫେସର ଡ. ମହାନ୍ତି ଛାତ୍ରଛାତ୍ରୀମାନଙ୍କୁ ଉତ୍କଳ ଦିବସ ପାଳନର ତାତ୍ପର୍ଯ୍ୟ ଓ ଓଡିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ କିଭଳି ଗଠନ ହୋଇଥରଲା ସେ ସମ୍ପର୍କରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ର, ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି, ପ୍ରଫେସର ନନ୍ଦକିଶୋର ପରିଡା, ଅଧ୍ୟାପକ ଅଶୋକ କୁମାର ଦାସ, ରମାନାଥ ମହାନ୍ତି, ଡ. ଦେବକାନ୍ତ ଷଡଙ୍ଗୀ, ଦୀପା ସେନାପତି, ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

 

Leave a Reply

Your email address will not be published. Required fields are marked *