ସାଂସଦ ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ୱର, ୨୯/୧୨/୨୦୨୩ (ଓଡ଼ିଶା ସମାଚାର)- ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ଆଉ ଏକ ନୂଆ ଦାୟିତ୍ବ। ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ରହିଛି ୭ଟି ବିଧାନସଭା ଆସନ ।ପୂର୍ବରୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି ।ଆଉ ଏବେ ମାନସଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ଦାୟିତ୍ୱ ଦିଆଯାଇଛି  ।

ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି ।

Leave a Reply

Your email address will not be published. Required fields are marked *