ଯାଜପୁର ଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ଼ ଅନୁଷ୍ଠିତ।

ଯାଜପୁର,୦୫/୦୪/୨୦୨୫ (ଓଡ଼ିଶା ସମାଚାର)-ଆଜି ପୂର୍ବାହ୍ନରେ ଓଡ଼ିଆ ପକ୍ଷ ପାଳନ ପଞ୍ଚମ ଦିବସ ଅବସରରେ ଯାଜପୁର ଜିଲ୍ଲାରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଜିଲ୍ଲା କ୍ରୀଡା ଅଧିକାରୀ ଫକୀର ମୋହନ ଟୁଡୁଙ୍କ ସହଯୋଗରେ ଐତିହ୍ୟ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଅଛି।

ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶ୍ରୀ ଶିବାନନ୍ଦ ସ୍ବାଇଁ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅଶୋକ କୁମାର ବେହୁରିଆ ପତାକା ଦେଖାଇ  ଏହି ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଏହି ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ମହା ବିଦ୍ୟାଳୟର ଛାତ୍ର ଛାତ୍ରୀ, କ୍ରୀଡା ଅନୁଷ୍ଠାନର ସଦସ୍ୟ ଆଦି ସମୁଦାୟ ୩୦୦ ଜଣ ଯୋଗଦାନ କରିଥିଲେ।ଐତିହ୍ୟ ଗଣଦୌଡରେ ସାମିଲ ହୋଇଥିବା ସମସ୍ତଙ୍କୁ ଗୋଟିଏ ଲେଖାଏଁ ଟି – ସାର୍ଟ ଓ କ୍ୟାପ ପ୍ରଦାନ କରାଯାଇଥିଲା।

ବରାହନାଥ ମନ୍ଦିର ଠାରୁ ଏହି ଗଣଦୌଡ ଆରମ୍ଭ ହୋଇ   ହକି ଷ୍ଟାଡିୟମ୍ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।ଏହି ଗଣ ଦୌଡ଼ ରେ ହକି ପ୍ରଶିକ୍ଷକ, ବ୍ୟାଡ଼ମିଣ୍ଟନ ପ୍ରଶିକ୍ଷକ, କ୍ରୀଡା ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *