ଅପ୍ରେଲ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ  ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୦୫/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆସନ୍ତା ସୋମବାର ଅପ୍ରେଲ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫,ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

-0-

ପଠାଣି ରାଉତ ,ଲୋକ ସଂପର୍କ  ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *