ଦକ୍ଷିଣ ପୂର୍ବ ବେଙ୍ଗାପସାଗରରେ ଘୂର୍ଣ୍ଣିବଳୟ, ୪୮ ଘଣ୍ଟାରେ ଲଘୁଚାପ ରୂପ ନେବ , ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୭/୦୪/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ଗ୍ରୀଷ୍ମ୍ରବାହ ଭିତରେ ବର୍ଷା ଆଣିବ ଆଶ୍ୱସ୍ତି । ଆସନ୍ତା କାଲି ଏପ୍ରିଲ୍ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଦକ୍ଷିଣ ପୂର୍ବ ବେଙ୍ଗାପ ସାଗର ଏବଂ ପାଶ୍ୱବବର୍ତୀ ଅଂଚଳରେ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ୪୮ଘଂଟାରେ ଦକ୍ଷିଣ ବେଙ୍ଗାପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି । ଏପ୍ରିଲ ୧୦ ତାରିଖରେ ୧୬ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି (ସୋମବାର) ମଧ୍ୟ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଜାରି ରହିବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *