ଯାଜପୁର ୦୮/୦୪/୨୦୨୫ (ଓଡ଼ିଶା ସମାଚାର)- ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୨୪୫ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୮୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୧୪୩ ଗୋଟି ଓ ରେଡ୍ କ୍ରସ୍ ପାଣ୍ଠିରୁ ୦୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୧୫୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅନିରୁଦ୍ଧ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ଜ଼ିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ, ଯାଜପୁର ଶ୍ରୀ ତାପସ ରଂଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ,ଶ୍ରୀ ହେମନ୍ତ କୁମାର ମହନ୍ତ, ତହସିଲଦାର, ଯାଜପୁର ଶ୍ରୀ ରବି ନାରାୟଣ ପାଢ଼ୀ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।