ସରକାରୀ କର୍ମଚାରୀଙ୍କ ୨ ପ୍ରତିଶତ ମହଙ୍ଗା ଭତା ବଢ଼ିଲା ।

ଭୁବନେଶ୍ୱର,୧୨/୦୪/୨୦୨୫(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ଦୁଇ ପ୍ରତିଶତ ବୃଦ୍ଧି ପାଇଛିି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଘୋଷଣା କରିଛନ୍ତି । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ ।

ଏହି ବର୍ଦ୍ଧିତ ମହଙ୍ଗା ଭତା ଚଳିତ ଏପ୍ରିଲ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନସନ୍ ଭୋଗୀମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନ୍ ରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଉପକୃତ ହେବେ ବୋଲି କୁହାଯାଇଛି ।

Leave a Reply

Your email address will not be published. Required fields are marked *