ଜଗତସିଂହପୁର,୧୫/୦୪/୨୦୨୫ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ବରିଷ୍ଠ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୫ ଟି, ଆବାସ ଯୋଜନା ସମ୍ପର୍କୀୟ ୯ଟି,ଜମିଜମା ସମସ୍ୟା ସମ୍ପର୍କୀୟ ୮ ଟି, ଭତ୍ତା ପାଇବା ପାଇଁ ୧୦ ଟି, ପୋଲିସ ସହାୟତା ପାଇଁ ୨ ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା ।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତିର୍ତ୍ତୋଲ, ଶ୍ରୀ ଗିରିଜା ମଲ୍ଲିକ,ତହସିଲଦାର, ତିର୍ତ୍ତୋଲ , ଏସ୍ ଡି ପିଓ , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।