ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଜଗତସିଂହପୁର, ୧୭/୦୪/୨୦୨୫ (ଓଡ଼ିଶା ସମାଚାର)-ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ  ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।

ଏହି ଅବସର ରେ ପୌର ପରିଷଦ ସମ୍ମୁଖ ରେ ଥିବା ସେହି ମହାନ ଆତ୍ମାଙ୍କ ପାଦ ପଦ୍ମ ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପ ଗୁଚ୍ଛ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା ତଥା ପୌର ପରିଷଦ ର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସେହି ମହାନ ପୁରୁଷ ଙ୍କ ପ୍ରତିମୂର୍ତ୍ତି ପାଦପଦ୍ମ ରେପୁଷ୍ପ ଗୁଚ୍ଛ ଅର୍ପଣ ପୂର୍ବକ  ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ।

Leave a Reply

Your email address will not be published. Required fields are marked *