ଭୁବନେଶ୍ୱର,୧୮/୦୪/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ବିଧାନସଭା ପରସରରେ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି ।
ଏହି ଅବସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଉପମୁଖ୍ୟ ସଚତେକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ବିଧାୟକ ବାବୁ ସିଂ ଓ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଏହି ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ମହାନ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି । ଜଣେ ସ୍ୱାଭିମାନୀ ଓଡ଼ିଆ ତଥା ଶିକ୍ଷା, ନାରୀ ସଶକ୍ତିକରଣ ସହ ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନ ସର୍ବଦା ପ୍ରେରଣାଦାୟୀ ।
https://x.com/MohanMOdisha/status/1912716886078599317