ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି

ଭୁବନେଶ୍ୱର,୧୮/୦୪/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-କେନ୍ଦୁଝର ବୈତରଣୀ କେଶରୀ କୁଣ୍ଡଠାରେ ୨ ଜଣ ଛାତ୍ର ପାଣିରେ ବୁଡ଼ି ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।https://x.com/CMO_Odisha/status/1913265303913742799

Leave a Reply

Your email address will not be published. Required fields are marked *