ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି ଙ୍କ ପରଲୋକ

ଭୁବନେଶ୍ୱର,୧୯/୦୪/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ପରଲୋକ ଘଟିଛି। କିଛି ଦିନ ହେବ କୀଡନୀ ଜନିତ ସମସ୍ୟା ଯୋଗୁଁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି।

ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ସେ ଦି ଏସିଆନ୍ ଏଜ୍, ଦିନଲିପି, ସ୍ୱରାଜ୍ୟ , ପର୍ୟ୍ୟବେକ୍ଷ, ଆକାବାଣୀ ଭଳି ଅନେକ ଗଣମାଧ୍ୟମ ସଂସ୍ଥା ସହିତ କାମ କରିଥିଲେ। ତାଙ୍କ ବିୟୋଗରେ ଓଡିଶା ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳି ଯାଇଛି । ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ । ସେ ତାଙ୍କ ସ୍ତ୍ରୀ ସିପ୍ରା ମହାନ୍ତି ଏବଂ ଦୁଇ ଝିଅ ପୂଜା ଏବଂ ବନ୍ଦନା ଙ୍କୁ ଛାଡ଼ି ଯାଇଛନ୍ତି ।

 

Leave a Reply

Your email address will not be published. Required fields are marked *