ଭୁବନେଶ୍ୱର,୧୯/୦୪/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଶିଷ୍ଟ ବାଲୁକା ଶିଳ୍ପୀ ଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ Sand Master Award ରେ ସମ୍ମାନିତ ହୋଇଛନ୍ତି।
ସଂଯୁକ୍ତ ରାଷ୍ଟ୍ରର ଡୋରସେଟ୍ ଅଞ୍ଚଳର ୱେମାଉଥଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବରେ ଶ୍ରୀ ପଟ୍ଟନାୟକ ପ୍ରଥମ ଭାରତୀୟ ଭାବେ ଏହି ସମ୍ମାନ ପାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଖୁସିବ୍ୟକ୍ତ କରିବା ସହ ତାଙ୍କୁ ଓଡ଼ିଶାର ଆସେଟ୍ ବୋଲି କହିଛନ୍ତି ଏବଂ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଛନ୍ତି।
ବିଶିଷ୍ଟ ବାଲୁକା ଶିଳ୍ପୀ ଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
