ଜିଲା ପ୍ରଶାସନ ପକ୍ଷରୁ ଜିଲା ପରିଷଦ ସମ୍ମିଳନୀ ଗୃହ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଯାଜପୁର, ୦୧/୦୧/୨୦୨୪ (ଓଡ଼ିଶା ସମାଚାର)- ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତିି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଊଥିବା ଜିଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଊପରୋକ୍ତ ବିଷୟପ୍ରକାଶ କରିଚ୍ଥନ୍ତି । ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ ନୂତନ ବର୍ଷର ଆଜିର ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଊପସ୍ଥିତ ରହି ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କର ଶୁଭ କାମନା କରିବା ସହ ଜିଲା ବାସୀଙ୍କ ସୁଖ ସମୃଦ୍ଧି କାମନା କରିଥିଲେ । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ, ରାଜସ୍ୱ ଶ୍ରୀ ଶୁଭେନ୍ଦ୍ର କୁମାର ସାମଲ, ଅତିରିକ୍ତ ଜିଲାପାଳ, ପ୍ରଶାସନ, ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଉପ-ଜିଲାପାଳ ଶ୍ରୀ ଗୋପୀନାଥ କୁଅଁର, ମଣ୍ଡଳ ଊନ୍ନୟନ ଅଧିକାରୀ, ଯାଜପୁର ଶ୍ରୀ ସୌରଭ ଚକ୍ରବର୍ତୀ, ଅତିରିକ୍ତ ତହସିଲଦାର, ଯାଜପୁର ଶ୍ରୀ ଅଜୟ କୁମାର ପଣ୍ଡା ମଂଚାସୀନ ଥିବାବେଳେ ଡେପୁଟୀ କଲେକ୍ଟର, ସାଧାରଣ ଓ ବିବିଧ, ଶାଶ୍ୱତୀ ସୁଡୁଆଲ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଜଳ ନିଷ୍କାସନ ଖଣ୍ଡ ଇଂ ଦିଲିପ ନନ୍ଦନ ମହାପାତ୍ର, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ପାଣିକୋଇଲି ଇଂ ପୂର୍ଣ୍ଣ ଚନ୍ଦ୍ର ଦଳାଇ, ଅଧିକ୍ଷଣ ଯନ୍ତ୍ରୀ ଜଳସେଚନ, ଯାଜପୁର ଖଣ୍ଡ ଶ୍ରୀ ଶରତ ଚନ୍ଦ୍ର ଘଡାଇ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଯାଜପୁର ଖଣ୍ଡ-୧ ଇଂ ଜ୍ଞାନ ରଂଜନ ନାୟକ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଯାଜପୁର ଡା. ଶିବାଶିଷ ମହାରଣା, ନିର୍ବାହୀ ଅଧିକାରୀ, ପୌର ପରିଷଦ, ଯାଜପୁର ଶ୍ରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ, ଜିଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି, ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ମୁଖ୍ୟ ଜିଲା କୃଷି ଅଧିକାରୀ ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଅବକାରୀ ଅଧିକ୍ଷକ, ଯାଜପୁର ଶ୍ରୀ ଅମରେନ୍ଦ୍ର କୁମାର ଜେନା, ସହକାରୀ ନିର୍ଦ୍ଧେଶକ, ଉଦ୍ୟାନ କୃଷି, ଯାଜପୁର ଶ୍ରୀ ରାଧାଶ୍ୟାମ ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୋନାଲି ବେହେରା, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ସହକାରୀ ନିବନ୍ଧକ, ସମବାୟ ସମିତି, ଯାଜପୁର ଶ୍ରୀ ଶରତ ଚନ୍ଦ୍ର ମଲ୍ଳ୍ିକ, ଜିଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମଂଜୁଲତା ନାୟକ, ଜିଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଊତ, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଧିନ ଖାଁ ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୭୭ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୫ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୨୦ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ରାଠୋର ୪୦ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୧୨ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଊ କି, ଜାନୁୟାରୀ ମାସ ୦୮ ତାରିଖ ସୋମବାର କୋରେଇ ବ୍ଳକ କାର୍ଯ୍ୟାଳୟ ଠାରେ, ୧୬ ତାରିଖ ମଙ୍ଗଳବାର ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ, ୨୨ ତାରିଖ ସୋମବାର ଦଶରଥ ପୁର ବ୍ଳକ କାର୍ଯ୍ୟାଳୟ ଠାରେ, ୨୯ ତାରିଖ ସୋମବାର ଧର୍ମଶାଳା ବ୍ଳକ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *