ଯାଜପୁର,୨୧/୦୪/୨୦୨୫(ଓଡ଼ିଶା ସମାଚାର)- ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଧର୍ମଶାଳା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୯୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୩ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୭୪ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୭୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅନିରୁଦ୍ଧ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ଧର୍ମଶାଳା, ଶ୍ରୀ ଜ୍ୟୋତିର୍ମୟ କର, ତହସିଲଦାର, ଧର୍ମଶାଳା ଶ୍ରୀ ସମୀର ରଞ୍ଜନ ଦାସ, ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
