କଟକ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତରାଜ ଦିବସ ସମାରୋହ 

କଟକ ସଦର,୨୪/୦୪/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ଆଜି ଗୁରୁବାର ଦିନ ଜାତୀୟ ପଞ୍ଚାୟତରାଜ ଦିବସ କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ଠାରେ ଏଵଂ ରାଜ୍ୟ ସ୍ତରୀୟ ସମାରୋହ କୁ ପୁରୀ ଠାରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଥିବା ଅବସରରେ କଟକ ଜିଲ୍ଲା ସ୍ତରୀୟ ସମାରୋହ କଟକ ସଦର ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି।

ଏହାକୁ ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉଦଘାଟନ କରିଥିବା ବେଳେ ଏଥିରେ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେଵ୍ ସିନ୍ଧେ, ଉପଜିଲ୍ଲାପାଳ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ପ୍ରଶାନ୍ତ ନାୟକ,ଵିଡିଓ ଇଂ ପ୍ରତୀକ କୁମାର ସାହୁ ପ୍ରମୁଖ ଯୋଗ ଦେଇ ପଞ୍ଚାୟତରାଜ ର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ।

ଏହି ଅବସରରେ ୨୦ ଜଣ ହିତାଧିକାରୀଙ୍କୁ ନୂଆ ରାସନ୍ କାର୍ଡ ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ଅତିରିକ୍ତ ଵିଡିଓ ଗିରିଜା ପ୍ରସାଦ ବାରିକ୍, ପଞ୍ଚାୟତ ସମ୍ପ୍ରସାରଣ ଅଧିକାରିଣୀ ପ୍ରଜ୍ଞା ପାରମିତା ସାମଲ ଙ୍କ ସମେତ ସମସ୍ତ କର୍ମଚାରୀ ସହାୟତା ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *