କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା,୦୫/୦୫/୨୦୨୫(ଓଡ଼ିଶା ସମାଚାର)-କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ଜିଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହା ପୂର୍ବାହ୍ଣ ୭ ଟାରୁ ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

କେନ୍ଦ୍ରାପଡ଼ା ପୌରସଂସ୍ଥା ଟାଉନ୍ ହଲ ରେ ଭାରପ୍ରାପ୍ତ ଜିଲାପାଳ ତଥା ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ ରବିନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ, ଉପ ଜିଲାପାଳ ଅରୁଣ କୁମାର ନାୟକ, କେନ୍ଦ୍ରାପଡା ବିଡିଓ ଅଭିଷେକ ସ୍ୱାଇଁ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା ପ୍ରମୋଦ କୁମାର ପ୍ରହରାଜ, କେନ୍ଦ୍ରାପଡା ଏସଡିପିଓ, ସହକାରୀ ଜିଲାପାଳ, କେନ୍ଦ୍ରାପଡା ପୌରପରିଷଦର ନିର୍ବାହୀ ଅଧିକାରୀ, ସମସ୍ତ ବିଭାଗର ଜିଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍ ର ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ ।

ଆଜି ମୋଟ୍ ୧୬୬ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥି ମଧ୍ୟରୁ ୧୫ଟି ସାମୁହିକ ଏବଂ ୧୫୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୨୯ ହଜାର ଟଙ୍କା ୯ ଜଣ ଆବେଦନକାରୀଙ୍କୁ ଦେବା ପାଇଁ ଭାରପ୍ରାପ୍ତ ଜିଲାପାଳ ମଞ୍ଜୁର କରିଛନ୍ତି । ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ନିର୍ଦ୍ଧେଶ ଦେଇଛନ୍ତି ।

ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପାନୀୟ ଜଳ ଯୋଗାଣ, ନୂତନ ରାସନ୍ କାର୍ଡÿ ପ୍ରଦାନ, ଅନ୍ତ୍ୟୋଦୟ ଯୋଜନାରେ ନାମ ସାମିଲ କରିବା, ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ, ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତା, ଜମି ସମସ୍ୟା ଓ ପୋଲିସ ସମସ୍ୟା ଭଳି ଦରଖାସ୍ତଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ଫ୍ଲାୟ ଓଭର ନିର୍ମାଣ, ବିଦୁ୍ୟତ ଯୋଗାଣ, ରାସ୍ତା ନିର୍ମାଣ, ରାସ୍ତା ପ୍ରଶସ୍ତିକରଣ, ପାନୀୟ ଜଳ ଯୋଗାଣ, ବେଆଇନ ଭାବେ ଅଧିକୃତ ସରକାରୀ ଜମି ଉଚ୍ଛେଦ ଆଦି ଅଭିଯୋଗଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା ।

Leave a Reply

Your email address will not be published. Required fields are marked *