ଭୁବନେଶ୍ୱର, ୦୩ /୦୧/୨୦୨୪ (ଓଡ଼ିଶା ସମାଚାର)-ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ।ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ। ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍ ମାନେ ଯୋଗ ଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ। ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ। ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ। ଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ।
Related Posts
ଓଡ଼ିଶା ହାଇକୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ
୯୨ ମାମଲାର ଫଏସଲା,୭କୋଟି ୪୮ଲକ୍ଷ ଟଙ୍କାର କ୍ଷତି ପୂରଣ ପ୍ରଦାନ ନିର୍ଦ୍ଧେଶ କଟକ,୧୧/୦୫/୨୦୨୫(ଓଡ଼ିଶା ସମାଚାର)- ଓଡ଼ିଶା ହାଇକୋର୍ଟରେ ଶନିବାର ୨୦୨୫ ମସିହାର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ…
ଯାଜପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଙ୍କ ଦ୍ଵାରା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା।
ଯାଜପୁର, ୦୭/୦୬/୨୦୨୫ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ତଥା ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ଏବଂ ଓଡ଼ିଆ ଭାଷା ସାହିତ୍ୟ…
ମୁଁ ମୋର ନୁହେଁ, ଏ ଭୂଇଁ ର,ଏ ମାଟି, ପାଣି,ପବନର
ରାଉରକେଲା,୧୮/୦୨/୨୦୨୫ (ଓଡ଼ିଶା ସମାଚାର)- ସ୍ବସ୍ତି ସାହିତ୍ୟ ସଂସଦ ତରଫରୁ ଅବସରପ୍ରାପ୍ତ ପ୍ରଶାସକ ମହେନ୍ଦ୍ର କୁମାର ପଟ୍ଟନାୟକ ଙ୍କ ସଭାପତିତ୍ବରେ ମାସିକ ଆଲୋଚନା ଆସର,ଗଳ୍ପ ପଠନ ଓ କବିତା…
