ଜଗତସିଂହପୁର, ୦୮/୦୫/୨୦୨୫ (ଓଡ଼ିଶା ସମାଚାର)- ଆଜି ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ଗୋପବନ୍ଧୁ ଚୌଧୁରୀ ଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି।
ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଖେରସ ଛକ ଏବଂ ବଙ୍ଗଳା ଛକ ରେ ଥିବା ଗୋପବନ୍ଧୁ ଚୌଧୁରୀ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
ଏହି ଅବସର ରେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଷୋୟୀ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପୌର ପରିଷଦ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ।
