ଜିଲ୍ଲା ସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ପାଳିତ

ଜଗତସିଂହପୁର,୦୮/୦୫/୨୦୨୫ (ଓଡ଼ିଶା ସମାଚାର)-  ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଜରୁରୀ କାଳୀନ ବିଭାଗ ପକ୍ଷରୁ ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଙ୍କ  ଅଧ୍ୟକ୍ଷତା ରେ ଆୟୋଜିତ ସଭା ରେ  ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦ୍ ଗାତା, ସମ୍ମାନିତ ଅତିଥି ଭାବେ ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ ଯୋଗଦେଇ ରେଡକ୍ରସ ସୋସାଇଟି  ର ସେବାଭାବ ଓ ଏହାର ଗୁରୁତ୍ଵ ଉପରେ ଆଲୋକପାତ କରିଥିଲେ।

ଜିଲ୍ଲା ଜରୁରୀ ବିଭାଗ ଅଧିକାରୀ ଅନିଶା ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଏହି ସଭାରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ବିଶ୍ଵ ରେଡକ୍ରସ ଦିବସ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଠାରେ ୧୪ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

Leave a Reply

Your email address will not be published. Required fields are marked *