ଭୁବନେଶ୍ୱର,୧୯/୦୫/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଶାଖା ଖୋଲିବ ବୋଲି ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଭୁବନେଶ୍ୱର ଏନଆଇଏ ଶାଖା ପ୍ରାରମ୍ଭିକ ଭାବେ ଭିଏସଏସ ନଗରରେ କାମ କରିବ । ଜଣେ ଏସପି ପାହ୍ୟାର ଅଧିକାରୀ ଏନଆଇଏ ଶାଖାର ମୁଖ୍ୟ ରହିବେ ବୋଲି ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ।
ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ହେଉଛି ଭାରତର କେନ୍ଦ୍ରୀୟ ଆତଙ୍କବାଦ ବିରୋଧୀ ଆଇନ ପ୍ରବର୍ତନ ସଂସ୍ଥା, ଯାହା
୨୦୦୮ ମସିହାରେ ପ୍ରତିଷ୍ଠିତ ହୋଇଥିଲା । ଏହାର ପ୍ରାଥମିକ ଭୂମିକା ହେଉଛି ଆତଙ୍କବାଦ ସହିତ ଜଡିତ ଅପରାଧ ଏବଂ ଜାତୀୟ ସୁରକ୍ଷା ଏବଂ ସାର୍ବଭୌମତ୍ୱକୁ ପ୍ରଭାବିତ କରୁଥିବା ଅନ୍ୟାନ୍ୟ ବିଷୟଗୁଡ଼ିକର ତଦନ୍ତ ଏବଂ ବିଚାର କରିବା । ଏନଆଇଏ ମଧ୍ୟ ଆତଙ୍କବାଦୀ ନେଟୱାର୍କଗୁଡ଼ିକୁ ଭାଙ୍ଗିବା ଉପରେ ଲକ୍ଷ୍ୟ ରଖିଥାଏ ।
ଜାତୀୟ ତଦନ୍ତ ସଂସ୍ଥା)ର ସାରା ଭାରତରେ ୧୯ଟି ଶାଖା କାର୍ଯ୍ୟାଳୟ ଅଛି । ଏନଆଇଏ ମୁଖ୍ୟାଳୟ ନୂଆଦିଲ୍ଲୀରେ ଅବସ୍ଥିତ । ଦେଶର ବିଭିନ୍ନ ଅଂଚଳରେ ଆତଙ୍କବାଦ ବିିପଦକୁ ମୁକାବିଲା କରିବା ପାଇଁ ଏହି ଶାଖା କାର୍ଯ୍ୟାଳୟଗୁଡ଼ିକ ରଣନୀତିକ ଭାବରେ ଅବସ୍ଥିତ । ହାଇଦ୍ରାବାଦ, ଗୌହାଟୀ, କୋଚି, ଲକ୍ଷ୍ନୌ, ମୁମ୍ବାଇ, କୋଲକାତା, ରାୟପୁର, ଜମ୍ମୁ, ଚଣ୍ଡିଗଡ଼, ରାଂଚି, ଚେନ୍ନାଇ, ଇ¶ାଲ, ବେଙ୍ଗାଲୁରୁ, ପାଟନା, ଜୟପୁର, ଭୋପାଳ ଏବଂ ଅହମ୍ମଦାବାଦ ଏନଆଇଏ ଶାଖା କାର୍ଯ୍ୟାଳୟ ରହିଛି । ଏବେ ଏନଆଇଏ ଶାଖା କାର୍ଯ୍ୟାଳୟ ଭୁବନେଶ୍ୱରରେ ଖୋଲିବା ନେଇ ନିଷ୍ପତି ନିଆଯାଇଛି ।
ଭୁବନେଶ୍ୱର ରେ ଖୋଲବି ଏନଆଇଏ ଶାଖା
