ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର,୨୧/୦୫/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକା ସାଙ୍ଗରେ ବିଜ୍ଞାନ, କଳା, ବାଣିଜ୍ୟ  ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି ।

ଆଜି ଅପରାହ୍ଣ ୪ ଟା ସମୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ଚଳିତ ବର୍ଷ ସମୁଦାୟ ପାସ୍ ହାର ୮୨.୭୭ ପ୍ରତିଶତ ରହିଛି । ଏଥିରେ ଛାତ୍ରଙ୍କ ପାସ୍ ହାର ୭୭.୮୮ ପ୍ରତିଶତ ଥିବା ବେଳେ ୮୭.୨୪ ପ୍ରତିଶତରେ ଛାତ୍ରୀ ଆଗୁଆ ରହିଛନ୍ତି । ସେହିପରି ବିଜ୍ଞାନରେ ପାସ୍ ହାର ୮୭.୪୯ ପ୍ରତିଶତ, କଳାରେ ପାସ୍ ହାର ୮୦.୫୧ ପ୍ରତିଶତ, ବାଣିଜ୍ୟରେ ପାସ୍ ହାର ୮୩.୨ ପ୍ରତିଶତ ଓ ଧନ୍ଦାମୂଳକ ଶିକ୍ଷାରେ ୬୦.୫୭  ପ୍ରତିଶତ ରହିଛି ।

Leave a Reply

Your email address will not be published. Required fields are marked *