ଜଗତସିଂହପୁର,୨୧/୦୫/୨୦୨୫ (ଓଡ଼ିଶା ସମାଚାର)- ଆଜି ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ଭାରତ ରତ୍ନ ରାଜୀବ ଗାନ୍ଧୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ ଖେରସ ଛକ ରେ ଥିବା ରାଜୀବ ଗାନ୍ଧୀ ପାର୍କ ରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
ଏହି ଅବସର ରେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା ପୌର ପରିଷଦ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ।