ମେ’ ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୨୪/୦୫/୨୦୨୫(ଓଡ଼ିଶା ସମାଚାର)- ଆସନ୍ତା ମେ’ ୨୬ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଆସନ୍ତା ମେ’ ୨୬ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।

ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *