ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର,୨୮ /୦୫/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଧିରେ ଧିରେ କାୟା ବିସ୍ତାର କରୁଛି କରୋନା । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ବୁଧବାର ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱରରୁ ୪ ଜଣ ଓ ଖୋର୍ଦ୍ଧାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । ପୂର୍ବରୁ ଭୁବନେଶ୍ବରରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି।କରୋନାକୁ ନେଇ ସ୍ଥିତି ଉପରେ ନଜର ରଖାଯିବା ସହ ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ସମସ୍ତ ରାଜ୍ୟ ସହ ଭିଡିଓ କନଫରେନସିଂ ଜରିଆରେ କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏବେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *