ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ବର,୩୦/୦୫/୨୦୨୫(ଓଡ଼ିଶା ସମାଚାର)- କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ବିଧାୟକ ନିର୍ବାଚିତ ହୋଇଥିଲେ। ସେ  କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ୧୯୭୭ରେ ସେ ଜନତା ଦଳରୁ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ରେ ଭାରତୀୟ ଜନତା ପାର୍ଟି ଏବଂ ୧୯୯୦ ରେ ପୁଣିଥରେ ଜନତା ଦଳରୁ ବିଧାୟକ ଭାବେ  ନିର୍ବାଚିତ ହୋଇଥିଲେ।

Leave a Reply

Your email address will not be published. Required fields are marked *